ଭୁବନେଶ୍ୱର: ଲଘୁଚାପ ଓ ଟ୍ରପ ଲାଇନ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆହୁରି ୨ ଦିନ ପ୍ରବଳ ବର୍ଷା ପାଇଁ କିଛି ଜିଲ୍ଲାକୁ ଚେତାବନୀ ରହିଛି । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡିଶାର କିଛି ସ୍ଥାନରେ ବର୍ଷାର ପରିମାଣ ଅଧିକ ଦେଖିବାକୁ ମିଳିବ । ସେହିପରି ଆଜି ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୮ ଜିଲ୍ଲାରେ ହାଲୁକରୁ ମାଧ୍ୟମ ଧରଣର ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାସହ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।
୧୬ ତାରିଖରେ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାରେ ୩୦-୪୦ କିମି କିମି ପବନ ବହିବାର ସମ୍ଭାବନା ରହିଛି ।