ଚଳିତ ବର୍ଷ ଜୁଲାଇ ୭ ତାରିଖରେ ବିଶ୍ୱ ପ୍ରସିଦ୍ଧ ପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ତେଣୁ ଏଥିପାଇଁ ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ। ତେବେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ପୁରୀ ଟାଉନ ହଲ୍ ପରିସରରେ ଏହି ବୈଠକ ଅନୁଷ୍ଠିତ ହେବ। ତେବେ ଏହି ବୈଠକରେ ଶାନ୍ତି ଶୃଙ୍ଖଳାର ସହ ଘୋଷଯାତ୍ରା କରାଯିବ ସେ ନେଇ ଆଲୋଚନା କରାଯିବ।
ସୂଚନା ମୁତାବକ, ଆଜି କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ପୁରୀ ଟାଉନ ହଲ୍ ପରିସରରେ ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ। ଏହି ଏହି ବୈଠକରେ ଶାନ୍ତି ଶୃଙ୍ଖଳାର ସହ ଘୋଷଯାତ୍ରା କରାଯିବ ସେ ନେଇ ଆଲୋଚନା କରାଯିବ। ବିଶେଷ କରି ରାସ୍ତାଘାଟ, ସ୍ୱାସ୍ଥ୍ୟ, ପରିମଳ, ବିଦ୍ୟୁତ୍ କରଣ, ଆଇନ ଶୃଙ୍ଖଳା ବ୍ୟବସ୍ଥା, ଯାତ୍ରୀ ପାର୍କିଂ ଉପରେ ଅଧିକ ଗୁରୁତ୍ୱ ଦିଆଯିବ। ଏହାସହ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି କିପରି ଶୃଙ୍ଖଳିତ ଭାବେ କରାଯିବ ସେ ନେଇ ମଧ୍ୟ ଆଲୋଚନା କରାଯିବ।ତେବେ ଚଳିତବର୍ଷ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ତା ଉପରେ ମଧ୍ୟ ବୈଠକରେ ଆଲୋଚନା କରାଯିବ।