ରତ୍ନଭଣ୍ଡାର ପ୍ରସଙ୍ଗରେ ହାଇକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତିକୁ ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହେବ । ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ ସାବିତ୍ରୀ ରଥଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବେ । ସୋମବାର ଏହି ମାମଲାର ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଥିଲା ବି ଶେଷ ସମୟରେ ଆସିବାରୁ ଏବଂ ସମୟ ଅଭାବ ଯୋଗୁଁ ମାମଲାର ଶୁଣାଣିକୁ ଗୋଟିଏ ଦିନ ଘୁଞ୍ଚାଇ ଦେଇଥିଲେ ଖଣ୍ଡପୀଠ । ଶୁଣାଣି ସମୟରେ ଆଇନଜୀବୀ ରତ୍ନଭଣ୍ଡାର ପ୍ରସଙ୍ଗରେ ଏଏସଆଇ ପକ୍ଷରୁ ଦାଖଲ ଯାଞ୍ଚ ରିପୋର୍ଟ ଉପରେ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।
ସେହିପରି ଏଏସଆଇ ପକ୍ଷରୁ ୨୦୨୨ରେ ଶ୍ରୀମନ୍ଦିରର ରତ୍ନଭଣ୍ଡାରର ଯାଞ୍ଚ କରାଯାଇଥିଲା । ଯେଉଁଥିରେ ରତ୍ନଭଣ୍ଡାର ମରାମତିର ନିହାତି ଆବଶ୍ୟକତା ରହିଥିବା ଏଏସଆଇ କହିଛି । ତେଣୁ ରତ୍ନଭଣ୍ଡାର ମରାମତି ପାଇଁ ନିର୍ଦ୍ଦେଶ ଦେବାକୁ ହାଇକୋର୍ଟରେ ଆବେଦନ କରାଯାଇଛି । ତେବେ ମାମଲାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଆଜି ଶୁଣାଣି ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
ଅଧିକ ପଢନ୍ତୁ:- ଆଜି ସକାଳୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କର ସ୍ୱତନ୍ତ୍ର ନୀତି