Home >
ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
Khabar Odisha:Union-Home-Minister-Amit-Shah-is-on-his-visit-to-Odisha-with-extensive-security-arrangements-by-the-police
କଟକ , ଅଗଷ୍ଟ 6 (ଖବର ଓଡ଼ିଶା):

 ଆସନ୍ତା ସୋମବାର ଦିନ କଟକ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। । ଇନଡୋର ଷ୍ଟାଡିୟମରେ ହେଉଥିବା ପ୍ରଜାତନ୍ତ୍ରର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବେ

ଶାହ ଷ୍ଟାଡିୟମ ପ୍ରାୟ ୧୨ଟା ସମୟରେ ପହଞ୍ଚିବେ। ଏହାସହ ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଓ ଅଶ୍ୱିନୀ ବୈଷ୍ଣବ ଆସିବାର ସମ୍ଭାବନା ରହିଛି।

କେନ୍ଦ୍ର ଗୃହମନ୍ତ୍ରୀଙ୍କ ଏହି ଗସ୍ତ ପାଇଁ କଟକ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିରେ ପ୍ରାୟ ୩୦ ପ୍ଲାଟୁନ ଫୋର୍ସ ନିୟୋଜିତ ହେବେ

୮ ତାରିଖ ସକାଳୁ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ । ପରେ କଟକରେ ଅମୃତ ମହୋତ୍ସବ ଅବସରରେ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଜନ୍ମସ୍ଥାନ ପରିଦର୍ଶନ କରିବେ ।

  • Tags:

Subscribe

National International State Sports Entertainment