Home >
ସାମ୍ବାଦିକ ଅରିନ୍ଦମ ଦାସଙ୍କ ମୃତ୍ୟୁରେ ଶୋକ ପ୍ରକାଶ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
Khabar Odisha:Union-Minister-Dharmendra-Pradhan-mourns-the-death-of-journalist-Arindam-Das

ଭୁବନେଶ୍ୱର, ସେପ୍ଟେମ୍ବର ୨୪(ଖବର ଓଡିଶା): କେନ୍ଦ୍ର ଶିକ୍ଷା ଓ ଦକ୍ଷତା ଏବଂ ଉଦ୍ୟୋଗୀ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ହାତୀ ଉଦ୍ଧାର କାର‌୍ୟ୍ୟରେ ଓଡ୍ରାଫ୍ ଯବାନଙ୍କ ସହ ମହାନଦୀରେ ବୁଡ଼ି ଯାଇଥିବା ଟିଭି ଚ୍ୟାନେଲ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦୁର୍ଭାଗ୍ୟଜନକ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନ ଏକ ଟ୍ୱିଟ୍ କରି ଲେଖିଛନ୍ତି ଓଟିଭିର ଯୁବ ସାମ୍ବାଦିକ ତଥା ମୋର ବନ୍ଧୁ ଅରିନ୍ଦମ ଦାସଙ୍କ ଏକ ଅଭାବନୀୟ ଘଟଣାରେ ଅକାଳ ବିୟୋଗ ଖବର ଶୁଣି ମୁଁ ବ୍ୟକ୍ତିଗତ ଭାବେ ଦୁଃଖିତ ଓ ମର୍ମାହତ । ସାମାଜିକ ଓ ରାଜନୈତିକ କାର୍ଯ୍ୟକ୍ରମରେ ଅରିନ୍ଦମଙ୍କ ସହ ବହୁ ଥର ଦେଖା ସାକ୍ଷାତ୍ ହୋଇଛି ।

ବିଭିନ୍ନ ସମୟରେ ଦୁଃସାହାସିକ ରିପୋର୍ଟିଂ କରି ସେ ଓଡ଼ିଆ ଗଣମାଧ୍ୟମରେ ନିଜର ସ୍ୱତନ୍ତ୍ର ପରିଚୟ ତିଆରି କରିଥିଲେ । ତାଙ୍କର ଅକାଳ ବିୟୋଗ ଓଡ଼ିଶା ଗଣମାଧ୍ୟମ ଜଗତରେ ଅପୂରଣୀୟ ଶୂନ୍ୟସ୍ଥାନ ତିଆରି କରିଛି । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ।

  • Tags:

Subscribe

National International State Sports Entertainment