ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାଡ଼ଖଣ୍ଡ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ସେଠାରେ ପୂର୍ବାଞ୍ଚଳ ପରିଷଦ ବୈଠକରେ ଯୋଗେ ଦେବେ । ଆସନ୍ତା ୧୦ ତାରିଖରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ଏଥିରେ ମାଓ ମୁକାବିଲା ନେଇ ଆଲୋଚନା ହେବା ବୋଲି ଅନୁମାନ କରାଯାଉଛି ।