ଆସୁଛି ପୁଣି ଏକ ପଶ୍ଚିମାଝଡ । ଯାହା ପ୍ରଭାବରେ ରାଜ୍ୟରେ ଆସନ୍ତା ୨୬ ତାରିଖରୁ ଝଡ-ପବନ ସହ ବର୍ଷା ହେବ । ପଶ୍ଚିମା ଝଡ-ପ୍ରଭାବରେ ବିଜୁଳି ଘଡଘଡି ସହ ବର୍ଷା ଏବଂ ଝଡ-ପବନ ହେବାର ସମ୍ଭାବନା ରହିଛି । ଏପରିକି ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ୨୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ,ମାଲକାନଗିରି, କୋରାପୁଟ, ରାୟଗଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ୨୫ ତାରିଖରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୬ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁରରେ ହାଲୁକା ବର୍ଷା ହୋଇପାରେ । ତେବେ ୨୭ ତାରିଖରୁ ପୁଣି ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି । ଏହା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ଧୂଳିଝଡ଼ ହେବାର ସମ୍ଭାବନା ରହିଛି । ଏନେଇ ସ୍ୱତନ୍ତ୍ର ରଲିଫି କମିଶନରଙ୍କ କାର୍ଯ୍ୟାଳୟରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ସତର୍କ ସୂଚନା ଜାରି ହୋଇଛି |