Home >
ମୃତକଙ୍କ ସଂଖ୍ୟାରେ ଲାଗୁନି ବ୍ରେକ୍, ୨୪ ଘଣ୍ଟା ମଧ୍ୟରେ ୪୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
Khabar Odisha:no-breaks-in-death-tollIn-the-last-24-hours-43-corona-victims-have-died
ଭୁବନେଶ୍ବର, ଜୁନ ୧୧ (ଖବର ଓଡ଼ିଶା):

ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟାରେ କୌଣସି ବ୍ରେକ୍ ଲାଗିପାରିନି । ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦କୁ ବୃଦ୍ଧି ପାଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ଅନୁଗୁଳ, ବରଗଡ, କଟକ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବୌଦ୍ଧ ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବାଲେଶ୍ଵର, ଗଞ୍ଜାମ, ଝାରସୁଗୁଡା, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ଓ ସମ୍ଵଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

  • Tags:

Subscribe

National International State Sports Entertainment