ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ବିଭାଗର ପରୀକ୍ଷା ଫଳ। ଅପରାହ୍ନ ୪ଟାରେ ରେଜଲ୍ଟ ପ୍ରକାଶ ପାଇବ। କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-କାଉନସିଲ୍ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। www.chseresults.nic.inରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ।ଚଳିତ ବର୍ଷ ମାର୍ଚ୍ଚ ୧ରୁ ଏପ୍ରିଲ ୫ ତାରିଖ ଯାଏଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥର ୨ ଲକ୍ଷ ୧୯ ହଜାର ୧୧୦ ଜଣ ପରୀକ୍ଷାର୍ଥୀ ଯୁକ୍ତ ଦୁଇ କଳାରେ ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦା ମୂଳକ ଶିକ୍ଷାରେ ପରୀକ୍ଷା ଦେଇଛନ୍ତି ୫ ହଜାର ଛାତ୍ରଛାତ୍ରୀ।