Home >
ଗିରଫ ହେଲେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା, ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ
Khabar Odisha:vigilance-inspector-mansi-jena-arrested
ଭୁବନେଶ୍ୱର, ମେ ୧୪(ଖବର ଓଡିଶା):

ଭିଜିଲାନ୍ସ ଜାଲରେ ପଡ଼ିଥିବା ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନାଙ୍କୁ ଗିରଫ ହୋଇଛନ୍ତି। ଜଣେ ସରକାରୀ ଅଧିକାରୀଙ୍କ ମାମଲା ରଫାଦଫା କରିଦେବା ପାଇଁ ବରଗଡ଼ର ମୁକେଶ ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଜରିଆରେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ।

ସୂଚନା ଅନୁସାରେ, ଆଗରୁ ଭିଜିଲାନ୍ସରେ ପଡ଼ିଥିବା ଜଣେ ସରକାରୀ ଅଧିକାରୀଙ୍କ ମାମଲାର ତଦନ୍ତକାରୀ ଅଧିକାରୀ ଥିଲେ ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା। ସଂପୃକ୍ତ ଅଧିକାରୀଙ୍କ ମାମଲା ରଫାଦଫା କରିବା ପାଇଁ ସେ ବରଗଡ଼ର ମୁକେଶ ସାହୁ ନାମକ ଜଣେ ବେସରକାରୀ ଲୋକଙ୍କ ଜରିଆରେ ମାନସୀ ୧୦ ଲକ୍ଷ ଟଙ୍କା ମାଗିଥିଲେ। 

ଶୁକ୍ରବାର ଅପରାହ୍ଣ ୨ଟାରେ ମୁକେଶ ୧୦ ଲକ୍ଷ ଟଙ୍କା ଦେବାବେଳେ ଓଡ଼ିଶା ଭିଜିଲାନ୍ସର ଆଭ୍ୟନ୍ତରୀୟ ୟୁନିଟ୍(ଆଇଭିୟୁ) ହାତରେ ସେ ଧରାପଡ଼ିଥିଲେ। ମାନସୀଙ୍କ ନିର୍ଦ୍ଦେଶ ଅନୁସାରେ ମୁକେଶ ଏହି ଟଙ୍କା ଗ୍ରହଣ କରିଥିଲେ। ମାନସୀଙ୍କୁ ଦେବାପୂର୍ବରୁ ରାସାୟନିକ ପ୍ରଲେପ ଦିଆ ଏହି ଟଙ୍କା ସବୁକୁ ଭିଜିଲାନସ୍ ଅଧିକାରୀମାନେ ଜବତ କରିଥିଲେ। ଏହାପରେ ମାନସୀଙ୍କ ସମ୍ବଲପୁର, ସୁନ୍ଦରଗଡ଼ ଏବଂ ଭୁବନେଶ୍ବରରେ ଥିବା ଘରେ ଚଢ଼ଉ କରାଯାଇଥିଲା। 

  • Tags:

Subscribe

National International State Sports Entertainment