କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନୋମିନେସନ ଭରିଲେ ନବୀନ Khabar Odisha:02/05/2024: Share story: ଆଜି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ପାଇଁ ପାର୍ଥିପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିରାଟ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିଛନ୍ତି | ଟିଟଲାଗଡ ହେଲିପ୍ୟାଡ଼ରେ ଓହ୍ଲାଇ ସେଠାରୁ ଏକ ଶୋଭାଯାତ୍ରାରେ ଉପଜିଲ୍ଲାପାଳଙ୍କ ଅଫିସ ଅଭିମୁଖେ ଯାଇ ନାମାଙ୍କନ ଭରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ବେଳେ ଭି.କେ. ପାଣ୍ଡିଆନ, ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ ଟୁକୁନି ସାହୁ, ବିଜେଡିର ବରିଷ୍ଠ ନେତା ଏୟୁ ସିଂହଦେଓ ସମେତ ବହୁ ବରିଷ୍ଠ ବିଜେଡି ନେତା ଉପସ୍ଥିତ ଥିଲେ। ନାମାଙ୍କନ ଦାଖଲ ପରେ ସେଠାରୁ ସେ ହେଲିକପ୍ଟର ଯୋଗେ ସିଧାସଳଖ ଭୁବନେଶ୍ୱର ଫେରିଛନ୍ତି । ଗତ ମଙ୍ଗଳବାର ହିଞ୍ଜିଳି ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥିପତ୍ର ଦାଖଲ କରିସାରିଥିବା ଆଜି କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରତିଥର ହିଞ୍ଜଳି ଆସନରୁ ନିର୍ବାଚନ ଲଢ଼ିଥାନ୍ତି ହେଲେ ଗତଥର ପ୍ରଥମଥର ପାଇଁ ବିଜେପୁର ଆସନରୁ ନିର୍ବାଚନ ଲଢ଼ିଥିବାବେଳେ ଏଥର କିନ୍ତୁ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହୋଇଛନ୍ତି।ଯାହାକୁ ନେଇ ରାଜନୀତି ମହଲରେ ଚର୍ଚ୍ଚା ଚାଲିଛି । Naveen Patanaik Odisha Smitanjali Routray, Author, 02/05/2024