ଝାରସୁଗୁଡା ଉପ-ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । କଂଗ୍ରେସ ସଭାପତିଙ୍କ ଅନୁମୋଦନକ୍ରମେ ତରୁଣ ପାଣ୍ଡେ ଙ୍କୁ ଝାରସୁଗୁଡା ଉପ-ନିର୍ବାଚନ ପାଇଁ ଦଳ ପ୍ରାର୍ଥୀ ଭାବେ ଘୋଷଣା କରିଛି । ଏହାପୂର୍ବରୁ କଂଗ୍ରେସର ଏକ କମିଟି ଝାରସୁଗୁଡା ଗସ୍ତ କରିବା ସହ ପ୍ରାର୍ଥୀ ଚୟନ ନେଇ ସ୍ଥାନୀୟ ନେତୃବୃନ୍ଦଙ୍କ ସହ ଆଲୋଚନା କରିଥିଲେ । ଯାହାର ରିପୋର୍ଟ କଂଗ୍ରେସ ଦଳ ସଭାପତିଙ୍କ ନିକଟକୁ ପଠାଯାଇଥିଲା । ଆଉ ରାଜ୍ୟ କମିଟି ଦେଇଥିବା ରିପୋର୍ଟ ଆଧାରରେ ତରୁଣଙ୍କ ନାଁରେ ମୋହର ମାରିଛନ୍ତି ଜାତୀୟକଂଗ୍ରେସ ସଭାପତି ମଲ୍ଲିକାର୍ଜୁନେ ଖଡଗେ ।
ତରୁଣ ପାଣ୍ଡେ ହେଉଛନ୍ତି ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କ ପୁଅ । ତରୁଣଙ୍କ ବାପା ସ୍ୱର୍ଗତଃ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେ ୧୯୮୦, ୧୯୮୫ ଓ ୧୯୯୫ରେ କଂଗ୍ରସ ଟିକେଟ୍ ପାଇ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।