ବର୍ଷାରେ ଭିଜୁଛି ଓଡିଶା । ଆଜି ସକାଳୁ ସକାଳୁ ସାରା ରାଜ୍ୟରେ କୋହଲା ପାଗ ସହ ହାଲୁକା ବର୍ଷା ଲାଗି ରହିଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରର ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଓ ସଂଲଗ୍ନ ଉତ୍ତର ତାମିଲନାଡୁ ଉପକୂଳରେ ସଦୃଶ୍ୟ ଲଘୁଚାପ ସକ୍ରିୟ ରହିଛି । ଯାହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ।
ଏହାସହ ଆସନ୍ତା ୩ ଘଣ୍ଟା ପାଇଁ ୧୫ ଜିଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ଭଦ୍ରକ, ବାଲେଶ୍ୱର, କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଯାଜପୁର, ମୟୁରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ସୋନପୁର, ବୌଦ୍ଧ, ଫୁଲବାଣୀ, କୋରାପୁଟ, ରାୟଗଡାକୁ ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଅନ୍ୟପଟେ ରାଜ୍ୟରେ ଆହୁରି ୨୪ ଘଣ୍ଟା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସମ୍ଭାବନା ରହିଛି । ଆସନ୍ତାକାଲି ଦକ୍ଷିଣ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ବର୍ଷ ହେବା ସହ ୨୬ ତାରିଖ ପରଠାରୁ ବର୍ଷାର ପରିମାଣ କମିବ । ଏନେଇ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି ।