ମୟୁରଭଞ୍ଜ : ଓଡ଼ିଶା ଫେରିଲା ବାଘୁଣୀ 'ଜିନ୍ନତ' । ପଶ୍ଚିମବଙ୍ଗ ଆଲିପୁର ଚିଡିଆଖାନାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ଜିନ୍ନତକୁ ଆଣିଛି ବନ ବିଭାଗ ଟିମ୍ । ଗ୍ରୀନ କରିଡ଼ର ମଧ୍ୟରେ ଜିନ୍ନତକୁ ଓଡ଼ିଶା ଅଣାଯାଇଛି । ‘ଜିନ୍ନତ’କୁ ଏବେ ଯମୁନା ଏନକ୍ଲୋଜରରେ ରଖାଯାଇଛି ।ସୂଚନା ଅନୁଯାୟୀ ଗତକାଲି ରାତି ୧.୪୫ ମିନିଟରେ ମୟୂରଭଞ୍ଜ ଝାରପୋଖରିଆ ଦେଇ ଶିମିଳିପାଳରେ ଜିନ୍ନତ ପହଞ୍ଚିଛି । କୋଲତାକାକୁ ଓଡ଼ିଶା ବନ ବିଭାଗର ୧୦ ଜଣିଆ ଟିମ ଯାଇଥିଲେ। ଆଲିପୁରରୁ ସ୍ଥାନାନ୍ତର ପାଇଁ ପଶ୍ଚିମବଙ୍ଗ ବନ୍ୟପ୍ରାଣୀ ବିଭାଗକୁ ଏକ ଚିଠି ଲେଖି ଏନଟିସିଏ ନିର୍ଦ୍ଦେଶ ଦେଇଥିଲା ।
ଦୀର୍ଘ ଦିନ ଧରି ବାଘୁଣୀ ଜିନ୍ନତ ଚକମା ଦେଇ ବୁଲୁଥିବା ବେଳେ ପଶ୍ଚିମବଙ୍ଗର ବାଙ୍କୁରା ଜିଲ୍ଲା ରାଣୀବାଗ ଥାନା ଅନ୍ତର୍ଗତ କଂସାବତୀ ଜଳଭଣ୍ଡାର ନିକଟରେ ଧରାପଡ଼ିଥିଲା । ପଶ୍ଚିମବଙ୍ଗର ଗୋସାଇଁଡିହି ଗ୍ରାମ୍ୟ ଜଙ୍ଗଲରେ ଜିନ୍ନତକୁ ଟ୍ରାଙ୍କୁଲାଇଜ୍ କରାଯାଇଥିଲା । ଟ୍ରାଙ୍କୁଲାଇଜ ପରେ ଦୀର୍ଘ ୨ ଦିନ ହେବ ଆଲିପୁର ଚିଡିଆଖାନାରେ ରଖାଯାଇଥିଲା । ସେଠାରେ ୧୨ ଜଣିଆ ଡାକ୍ତରୀ ଟିମ୍ ଜିନ୍ନତର ସ୍ବାସ୍ଥ୍ୟ ପରୀକ୍ଷା କରୁଥିଲେ।