ଆଜି ମା' ଲକ୍ଷ୍ମୀଙ୍କ ସୁଦଶା ବ୍ରତ। ଏଥିପାଇଁ ସକାଳୁ ସକାଳୁ ଘରେ ଘରେ ଚାଲିଛି ମା'ଙ୍କ ପୂଜା। ଧୂପ, ଦୀପ ଆଉ ୧୦ ଗୋଟି ମଣ୍ଡା ପୀଠରେ ଚାଲିଛି ମା' ଧନ ଦେବୀଙ୍କ ପୂଜା। ତେବେ ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ। ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀ ମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶ ପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ ଲକ୍ଷ୍ମୀନାରାୟଣୀ, କମଳିନୀ, ଶ୍ରୀ ହରିପ୍ରିୟା, ପଦ୍ମାଳୟା, କମଳା, ଚଞ୍ଚଳା, ବିଘ୍ନସେନୀ, ସିନ୍ଧୁର ଦୁଲ୍ଲଣୀ, ଦୁର୍ଗତି, ବିଷ୍ଣୁ ପାଟରାଣୀ। ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି। ସେହି ବ୍ରତକୁ ପରବର୍ତ୍ତୀ ସୁଦଶା ବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ। ତେବେ ଏହିପରି ମଧ୍ୟ ଆଜି ଚାଲିଛି ମା'ଲକ୍ଷ୍ମୀ ଙ୍କ ପୂଜା।