ଭୁବନେଶ୍ୱର: ପୁଣି ରାଜ୍ୟରେ ବଢିବ ଶୀତ । ଖସିବ ପାରଦ, ବଢିବ ଶୀତ । ଜାନୁୟାରୀ ପ୍ରଥମ ସପ୍ତାହରେ ରାଜ୍ୟରେ ଜାରି ରହିବ ଶୀତର ପ୍ରକୋପ । ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ କମିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଦେଶର ପୂର୍ବ ଭାଗରେ ଥିବା ଗୁରୁଚାପ ବଳୟଟି ପଶ୍ଚିମ ଦିଗକୁ ଗତି କରୁଥିବାରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବଢିବ । ପ୍ରଭାବରେ ରାତିର ତାପମାତ୍ରା ଅହେତୁକ ଭାବରେ କମିବ ବୋଲି ଆକଳନ କରାଯାଇଛି । ଜାନୁଆରୀ ପ୍ରଥମ ସପ୍ତାହ ଯାଏଁ ରାଜ୍ୟରେ ଶୀତ ଲାଗି ରହିବ । ଏହି ସମୟ ମଧ୍ୟରେ କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, କେନ୍ଦୁଝର, ନୟାଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ପଡ଼ିପାରେ। ଏହାଦ୍ବାରା ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।